ଭୁବନେଶ୍ୱର,୧୬ା୧୦(ଡିକେ ନୁ୍ୟଜ): ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ସୋମବାର ରାଜ୍ୟରେ ଥିବା ସମସ୍ତ ୭୫୭୯ଟିମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ।ଏହାଦ୍ୱାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି ।ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରରଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ରସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନକରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍ କିଟ୍, ଆସବାବପତ୍ର ଓଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ।