ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

0 52

ପିପିଲି, ( ଡି କେ ନୁ୍ୟଜ) : ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିରସାମନ୍ତରାୟଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ବର୍ଷ ବୟସ ହୋଇଥିଲା । ସେ କିଛିଦିନ ଧରି ଅସୁସ୍ଥ ଥିଲେ ।ସୋମବାର ସକାଳେ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତରସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ୧୯୯୫ରୁ ୨୦୦୦ମସିହା ପର୍ଯ୍ୟନ୍ତ ସେ କଂଗ୍ରେସ ଦଳରୁ ପିପିଲିର ବିଧାୟକ ଥିଲେ ।କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ସେ ସମଗ୍ର ରାଜ୍ୟରେପରିଚିତ ଥିଲେ । ତାଙ୍କ ପୁତ୍ର ପ୍ରୀୟବ୍ରତ ସାମନ୍ତରାୟ ଏବେ ଓଡିଶାରାଜ୍ୟ ଖାଦ୍ୟ ଆୟୋଗର ସଦସ୍ୟ ଅଛନ୍ତି । ଶ୍ରୀ ସାମନ୍ତରାୟଙ୍କପରଲୋକରେ ପିପିଲିରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.