ସଂସ୍କୃତିର ସଂରକ୍ଷଣ ସହ ଡିଜିଟାଲ ଭିତ୍ତିଭୂମିର ବିକାଶ

0 65

ଭୁବନେଶ୍ୱର,୧୯ା୧୦(ଡିକେ ନୁ୍ୟଜ): ରାଜ୍ୟସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା”ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢକରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହିକାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତିଗାଁ । ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଚତୁର୍ଥ ଦିନରେକଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାରଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ଲକ୍ଷ ଟଙ୍କା । ଏଥିପାଇଁ କଟକ ଜିଲ୍ଲାର ୮ଟିନିର୍ବାଚନମଣ୍ଡଳୀକୁ ମିଳିଛି ୧୮୬ କୋଟି ୫୦ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲାବଡମ୍ବା, ଚୌଦ୍ୱାର-କଟକ, ବାଙ୍କୀ, ଆଠଗଡ,ନିଆଳି, କଟକ ସଦର, ସାଲେପୁର ଓ ମାହାଙ୍ଗା ।ଏହିସବୁ ନିର୍ବାଚନମଣ୍ଡଳୀର ୩୭୩ଟି ଗ୍ରାମପଞ୍ଚାୟତରେ ୫୩୫୧ଟି ପ୍ରକଳ୍ପ ହେବ ।ସେହିପରି କେନ୍ଦ୍ରାପଡା ଜିଲ୍ଲାର ୫ଟିନିର୍ବାଚନମଣ୍ଡଳୀ ପାଇଁ ୧୨୪ କୋଟି ୫୦ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ଏହିସବୁନିର୍ବାଚନମଣ୍ଡଳୀ ଗୁଡିକ ହେଲାମହାକାଳପଡା, କେନ୍ଦ୍ରାପଡା, ପାଟକୁରା,ରାଜନଗର ଓ ଆଳି । ଏଥିରେ ୨୪୯ଟିଗ୍ରାମପଞ୍ଚାୟତରେ ୩୩୫୩ ଟି ପ୍ରକଳ୍ପ କରାଯିବ । ଏହିକାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର,ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାରସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ । ଏକଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳଭିତ୍ତି ।ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରିନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆଓଡିଶା ନବୀନ ଓଡିଶା । ଏହି ଅବସରରେ ଉଦ୍ବୋଧନଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁରେ ଡିଜିଟାଲଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ ।ଗାଁରେ ଇଣ୍ଟରନେଟ୍ ସଂଯୋଗ ମିଳିବ । ବିଜ୍ଞାନ ପାର୍କହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କସ ହବ୍ହେବ । ବ୍ୟାଙ୍କିଂ ସୁବିଧା ମିଳିବ । ଏହି କାର୍ଯ୍ୟକ୍ରମରେଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡିକ ମଧ୍ୟ ସାମିଲ ହେବ ।ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ,·ଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀମାନଙ୍କପାଇଁ ଅମାପ ସୁଯୋଗ ଆଣିବ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେସବୁ ଗାଁର ବିକାଶ ଆମର ଲକ୍ଷ୍ୟ । ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାରବିକାଶ ହେବ । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ । ବିକଶିତଗାଁ ହେବ ଆଧୁନିକ ଓଡିଶାର ପରିଚୟ । ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ୱପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା ।ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣକରାଯିବ । ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣକରାଯିବ । ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହିନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶକରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେସମସ୍ତଙ୍କର ସହଯୋଗ କାମନା କରିଥିଲେ । ଆଜିର କାର୍ଯ୍ୟକ୍ରମ ପାଇଁ କଟକଜିଲ୍ଲାର ୮ଟି ଓ କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାନମଣ୍ଡଳୀରେ ଆୟୋଜିତକାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା । ୫-ଟି ସଚିବ ଭି.କେ.ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀଅତନୁ ସବ୍ୟସଚୀ ନାୟକ, ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପସ୍ୱାଇଁ, ବିଧାୟକ ଶଶୀଭୂଷଣ ବେହେରା, ବିଧାୟିକ ସାବିତ୍ରୀ ଅଗ୍ରୱାଲ, ବିଧାୟକଧୃବଚରଣ ସାହୁ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟକ ସୌଭିକ୍ ବିଶ୍ୱାଳ,ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବିଧାୟକ ଡ. ପ୍ରମୋଦ ମଲ୍ଲିକ, ବିଧାୟକଚନ୍ଦ୍ର ସାରଥୀ ବେହେରା, ବିଧାୟକ ପ୍ରଶାନ୍ତ ବେହେରା, ବିଧାୟକ ପ୍ରତାପ ଜେନା,ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶରନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । ସେମାନେ କହିଥିଲେ ଯେଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ·ଲିଛି ନିରନ୍ତର ବିକାଶ । ଆଜି ଓଡିଶାର ସବୁ ଲୋକଙ୍କ ପାଖରେ ବିକାଶ ପହଞ୍ଚିପାରିଛି । ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ବିକାଶମୁଖୀକାର୍ଯ୍ୟକ୍ରମର କିଛି ନା କିଛି ପ୍ରଭାବ ପଡିଛି ବୋଲି ସମସ୍ତେ ମତ ଦେଇଥିଲେ ।୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ୱରାନ୍ୱିତ ହେବା ସହିତଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲିସେମାନେ କହିଥିଲେ । ୫-ଟି ସଚିବ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେଅଂଶଗ୍ରହଣ କରି କହିଲେ ଯେ “ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଯୋଗୁଓଡିଶାର ଗାଁ ଗୁଡିକ ହେବ ବିକାଶର କେନ୍ଦ୍ର । ଗାଁ ଲୋକଙ୍କୁ ଆଉ ସହର ଉପରେନିର୍ଭର କରିବାକୁ ପଡିବ ନାହିଁ । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀପାଣ୍ଡିଆନ ସୂଚନା ଦେଇଥିଲେ । ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁରକରିଛନ୍ତି । ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ରସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି ।କଟକ ଜିଲ୍ଲାର ବଡମ୍ବା ଅଞ୍ଚଳରେ ସାତକୋଶିଆ ଜୈବ ବିବିଧତାପର୍ଯ୍ୟଟନକେନ୍ଦ୍ର ପାଇଁ ୯.୮୫ କୋଟି, ମା’ ପ୍ରଗଳା ପୀଠ ପାଇଁ ୫.୨୭ କୋଟି, ମା’ଭଟ୍ଟାରିକା ପୀଠ ପାଇଁ ୮.୫୭ କୋଟି, ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତଥାଡାଏଲିସିସ୍ କେନ୍ଦ୍ର ପାଇଁ ୧୫.୬୬ କୋଟି, ବଡମ୍ବା ମୋହନ ସୁବୁଧି ଡିଗ୍ରୀକଲେଜ ପାଇଁ ୧.୨୫ କୋଟି, ନରସିଂହପୁର ଜୁନିୟର କଲେଜ ପାଇଁ ୧.୨୫କୋଟି, କାନପୁର ଆଞ୍ଚଳିକ ମହାବିଦ୍ୟାଳୟ ପାଇଁ ୧.୨୫ କୋଟି, ବାଣେଶ୍ୱରୀପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୮୦ କୋଟି, ନରସିଂହପୁର ଆମ ହସ୍ପିଟାଲ ପାଇଁ୪.୧୬ କୋଟି ଟଙ୍କା ମଞ୍ଜୁର ହୋଇଛି । ବାଙ୍କୀ ଅଞ୍ଚଳରେ ମା’ ଚର୍ଚ୍ଚିକା ପୀଠଉନ୍ନତିକରଣ ପାଇଁ ୧୧.୦୩ କୋଟି, ବାଙ୍କୀ ଅଟୋନମସ୍ ଡିଗ୍ରୀ କଲେଜ ପାଇଁ୧.୫୦ କୋଟି, କଳାପଥର ଧଳାପଥର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟପାଇଁ ୦.୫୦ କୋଟି, ଅଂଶୁପା ଡିଗ୍ରୀ କଲେଜ ପାଇଁ ୦.୫୦ କୋଟି ଟଙ୍କାମଞ୍ଜୁର ହୋଇଛି । ଆଠଗଡ ଅଞ୍ଚଳରେ ବାବା ଧବଳେଶ୍ୱର ମନ୍ଦିର ପାଇଁ ୧୭.୫୦କୋଟି, ସାପୁଆ ନଦୀର ସେତୁ ପାଇଁ ୬.୧୪ କୋଟି, ଗୋପବନ୍ଧୁ ଡିଗ୍ରୀ ବିଜ୍ଞାନକଲେଜ ପାଇଁ ୧ କୋଟି, ନୂଆପାଟଣା ଚୈତନ ସାହୁ ଯୁକ୍ତ ଦୁଇ କଲେଜ ପାଇଁ୦.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । ନିଆଳି ଅଞ୍ଚଳରେ ମାଧବାନନ୍ଦ ଜୀଉମନ୍ଦିର ପାଇଁ ୪.୮୪ କୋଟି, ଗୋବିନ୍ଦପୁର ଡିଗ୍ରୀ କଲେଜ ପାଇଁ ୧.୫୦ କୋଟି,ବ୍ରାହ୍ମଣଝରିଲୋ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦୋଳ ଗୋବିନ୍ଦ ବ୍ରଜ କିଶୋରଡିଗ୍ରୀ କଲେଜ କସର୍ଦା ପାଇଁ ୧ କୋଟି, ଅଡସପୁର ଉଦୟନାଥ ସ୍ୱୟଂଶାସିତମହାବିଦ୍ୟାଳୟ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । କଟକ ସଦର ଅଞ୍ଚଳରେନେମାଳ ଅଚ୍ୟୁତାନନ୍ଦ ଦାସ ପୀଠ ପାଇଁ ୨୩.୦୩ କୋଟି, ପରମହଂସ ପୀଠରଉନ୍ନତିକରଣ ପାଇଁ ୪.୯୬ କୋଟି, ଚିତ୍ରୋତ୍ପଳା ନଦୀ ଉପରେ ସେତୁ ପାଇଁ୫୩.୦୪ କୋଟି, କନ୍ଦରପୁର ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ମହାପୁରୁଷଅଚ୍ୟୁତାନନ୍ଦ ମହାବିଦ୍ୟାଳୟ ପାଇଁ ୧ କୋଟି ଟଙ୍କା ମଞ୍ଜୁର ହୋଇଛି । ସେହିପରିସାଲେପୁର ଅଞ୍ଚଳରେ ମଧୁବାବୁଙ୍କ ଜନ୍ମସ୍ଥଳୀର ବିକାଶ ପାଇଁ ୨୧.୦୨ କୋଟି,ସାଲେପୁର ସ୍ୱୟଂଶାସିତ କଲେଜ ପାଇଁ ୧.୫୦ କୋଟି, ବହୁଗ୍ରାମ କଲେଜ ପାଇଁ୨ କୋଟି, ଟାଙ୍ଗୀ ମହାବିଦ୍ୟାଳୟ ପାଇଁ ୦.୫୦ କୋଟି, ଟାଙ୍ଗୀଠାରେ ଆମହସ୍ପିଟାଲ ପାଇଁ ୩.୬୦ କୋଟି ଟଙ୍କା ମଞ୍ଜୁର ହୋଇଛି । ସେହିପରି କଟକ ଜିଲ୍ଲାରେସମୁଦାୟ ୩୨ଟି ପ୍ରକଳ୍ପ ପାଇଁ ୨୧୩.୫୫ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁରକରିଛନ୍ତି ବୋଲି ୫-ଟି ସଚିବ ପ୍ରକାଶ କରିଥିଲେ । କେନ୍ଦ୍ରାପଡା ଜିଲ୍ଲାରମହାକାଳପଡା ଅଞ୍ଚଳରେ ମା’ ରାମଚଣ୍ଡୀ ମନ୍ଦିର ପାଇଁ ୫.୮୭ କୋଟି, ଜମ୍ବୁଲକ୍ ଏରିଆ ସୌନ୍ଦର୍ଯ୍ୟକରଣ ପାଇଁ ୭.୫୦ କୋଟି, ମାର୍ଶାଘାଇ ଡିଗ୍ରୀ କଲେଜ ଓଉଚ୍ଚ ମାଧ୍ୟମିକ ସ୍କୁଲ ପାଇଁ ୨ କୋଟି, ବାୟାବାବା ଡିଗ୍ରୀ କଲେଜ ପାଇଁ ୧କୋଟି, ହୁକିଟୋଲା ପର୍ଯ୍ୟଟନ କ୍ଷେତ୍ର ପାଇଁ ୧.୮୭ କୋଟି ଟଙ୍କା ମଞ୍ଜୁର ହୋଇଛି ।କେନ୍ଦ୍ରାପଡା ଅଞ୍ଚଳରେ କେନ୍ଦ୍ରାପଡା ସ୍ୱୟଂଶାସିତ କଲେଜ ଓ ଉଚ୍ଚ ମାଧ୍ୟମିକ ସ୍କୁଲପାଇଁ ୨.୭୫ କୋଟି, ତୁଳସୀ ମହିଳା ମହାବିଦ୍ୟାଳୟ ପାଇଁ ୧.୭୫ କୋଟି,ବିରୂପା କଲେଜ ପାଇଁ ୧ କୋଟି, ବଳଦେବ ଜୀଉ ମନ୍ଦିର ପାଇଁ ୫.୯୫ କୋଟିଟଙ୍କା ମଞ୍ଜୁର ହୋଇଛି । ପାଟକୁରା ଅଞ୍ଚଳରେ ଦଧିବାମନ ଜୀଉ ପାଇଁ ୪.୯୬କୋଟି, ଲୋକନାଥ ଡିଗ୍ରୀ କଲେଜ ଓ ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୨ କୋଟି,କରିଲୋପାଟଣା ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, କରିଲୋପାଟଣାଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ୧ କୋଟି, ଉକ୍ରଳ ଗ୍ରାମୀଣ ପ୍ରଡ୍ୟୁସର ଗ୍ରୁପ ୦.୨୫କୋଟି ଟଙ୍କା ମଞ୍ଜୁର ହୋଇଛି । ରାଜନଗର ଅଞ୍ଚଳରେ ସାତଭାୟା ଲୋକଙ୍କଥଇଥାନ ପାଇଁ ୨୨.୫୨ କୋଟି, କେରଡାଗଡ ବାୟାବାବା ମଠ ପାଇଁ ୪.୯୬କୋଟି, ବଗପାଟିଆ ପଞ୍ଚୁବରାହୀ ମନ୍ଦିର ପାଇଁ ୪.୯୪ କୋଟି, କେରଡାଗଡଜଗନ୍ନାଥ ମନ୍ଦିର ପାଇଁ ୩.୦୩ କୋଟି, ବ୍ରାହ୍ମଣୀସେତୁ ପାଇଁ ୫୯.୮୭ କୋଟିଟଙ୍କା ମଞ୍ଜୁର ହୋଇଛି । ଆଳି ଅଞ୍ଚଳରେ ଲକ୍ଷ୍ମୀବରାହ ଜୀଉ ମନ୍ଦିର ପାଇଁ ୭.୯୬କୋଟି ଟଙ୍କା ମଞ୍ଜୁର କାରାଯାଇଛି । ଏହିପରି କେନ୍ଦ୍ରାପଡା ଜିଲ୍ଲାରେ ୨୧ଟି ପ୍ରକଳ୍ପପାଇଁ ୧୪୨.୪୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ୫-ଟିସଚିବ ପ୍ରକାଶ କରିଥିଲେ । କେନ୍ଦ୍ରାପଡା ଜିଲ୍ଲାର ସିକିମ୍ ରୟତ ମାନଙ୍କୁ ଖୁବଶୀଘ୍ରଜମିପଟ୍ଟା ଦିଆଯିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ଏହା ଦ୍ୱାରା ଜିଲ୍ଲାର ୫୦ହଜାର ପରିବାର ଉପକୃତ ହେବେ । ସେମାନଙ୍କର ଦୀର୍ଘ ଦିନର ସମସ୍ୟା ଦୂରହେବ ।କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.