ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ

0 61

ଭୁବନେଶ୍ୱର,୨୬ା୧୦(ଡିକେ ନୁ୍ୟଜ):ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବାପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହିକାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ,ପ୍ରତି ଗାଁ । ଆଜି ଭୁବନେଶ୍ୱରରୁ ଆଭାସୀଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକକାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାରଶୁଭାରମ୍ଭକରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ୫୦ ଲକ୍ଷ ଟଙ୍କା । ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟିଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା– ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ରଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧାଓ ଚିଲିକା । ଏହିସବୁ ନିର୍ବାଚନମଣ୍ଡଳୀର୧୦ଟି ବ୍ଲକ୍ରେ ୧୯୦ଟି ଗ୍ରାମ ପଞ୍ଚାୟତରେ୨୭୬୩ଟି ପ୍ରକଳ୍ପ ହେବ । ସେହିପରିଜଗତସିଂହପୁର ଜିଲ୍ଲାର ୪ଟିନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କାମଞ୍ଜୁର ହୋଇଛି । ଏହିସବୁ ନିର୍ବାଚନମଣ୍ଡଳୀଗୁଡିକ ହେଲା – ପାରାଦୀପ, ତିର୍ତୋଲ,ବାଲିକୁଦା-ଏରସମା ଓ ଜଗତସିଂହପୁର ।ଏଥିରେ ୮ଟି ବ୍ଲକ୍ ର ୧୯୮ଟିଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପକରାଯିବ । ଏହି ଅବସରରେ ଉଦ୍ବୋଧନଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସବୁ ଗାଁରବିକାଶ ଆମର ଲକ୍ଷ୍ୟ । ଗାଁରେ ସମସ୍ତଙ୍କୁମିଳିବ ବିକାଶର ଗ୍ୟାରେଂଟି । ଗାଁ ଲୋକସମସ୍ତେ ଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଂଟିପାଇବେ । ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବଓ ଆଧୁନିକତାର ବିକାଶ ହେବ । ବିକଶିତଗାଁ ହେବ ଆଧୁନିକ ଓଡିଶାର ପରିଚୟ । ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନାକରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ । ସେକହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତରଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ଏହିକାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡା, ମନ୍ତ୍ରୀଅତନୁ ସବ୍ୟସାଚୀ ନାୟକ, ସାଂସଦ ମାନସମଙ୍ଗରାଜ, ବିଧାୟକ ତଥା ମୁଖ୍ୟ ସଚେତକପ୍ରଶାନ୍ତ କୁମାର ମୁଦୁଲି, ବିଧାୟକରାଜେନ୍ଦ୍ରକୁମାର ସାହୁ, ବିଧାୟକ ଅରବିନ୍ଦ ଢାଲି,ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର,ବିଧାୟକସୁଶାନ୍ତ ରାଉତ, ବିଧାୟକରଘୁନନ୍ଦନ ଦାସ, ବିଧାୟକ ବିଜୟ ଶଂକରଦାସ, ବିଧାୟକ ସମ୍ବିତ ରାଉତରାୟଙ୍କସମେତ ଜିଲ୍ଲାପରିଷଦ ସଭାପତି,ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେଆଲୋଚନାରେ ଭାଗ ନେଇ ଗାଁ ଗାଁ ରେବିକାଶର ନୂଆ ଯୁଗ ଆସିଛି ବୋଲିମତପ୍ରକାଶ କରିଥିଲେ । ଖୋର୍ଦ୍ଧା ଜିଲ୍ଲାରବେଗୁନିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ୮ଟି ପ୍ରକଳ୍ପ ପାଇଁ ୩୪.୩୯ କୋଟି ଟଙ୍କାମଞ୍ଜୁର କରିଛନ୍ତି । ଏହା ସହିତ ବେଗୁନିଆହସ୍ପିଟାଲକୁ ଉପଖଣ୍ଡ ହସ୍ପିଟାଲ ଭାବେଉନ୍ନୀତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଅନୁମୋଦନ ଦେଇଛନ୍ତି ବୋଲି ସେ ସୂଚନାଦେଇଥିଲେ । ସେହିପରି ବୋଲଗଡରପରମାନନ୍ଦ ମହାବିଦ୍ୟାଳୟର ରୂପାନ୍ତର ପାଇଁ୨.୨୫ କୋଟି ଟଙ୍କା ଓ ବେଗୁନିଆ କଲେଜପାଇଁ ୧.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତିବୋଲି ସେ କହିଥିଲେ । ସେହିପରିଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀରେ୮ଟି ପ୍ରକଳ୍ପ ପାଇଁ ୫୫୦ କୋଟି ଟଙ୍କା ମଞ୍ଜୁରକରାଯାଇଛି ବୋଲି ସେ ସୂଚନା ଦେଇଥିଲେ ।ଏଥିରେ ବରମୁଣ୍ଡା ବସ୍? ଟର୍ମିନାଲ ସହିତବିଜେବି କଲେଜ, ରାଜଧାନୀ କଲେଜ ଓକମଳାନେହେରୁ କଲେଜର ରୂପାନ୍ତର ପାଇଁ୬.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ସେହିପରି ଜୟଦେବ ନିର୍ବାଚନ ମଣ୍ଡଳୀରେ୧୧ଟି ପ୍ରକଳ୍ପ ପାଇଁ ୧୬୮.୮୭ କୋଟିଟଙ୍କା ମଞ୍ଜୁର କରାଯାଇଛି । ଏଥିରେଶିଶୁଅନନ୍ତ ମହାବିଦ୍ୟାଳୟ, ପ୍ରତାପ ଶାସନକଲେଜ, ବୁଦ୍ଧନାଥ ମନ୍ଦିର, କୁଆଖାଇଜଗନ୍ନାଥ ମନ୍ଦିର ଓ ଶିଶୁ ଅନନ୍ତ ପୀଠରରୂପାନ୍ତର ପ୍ରଭୃତି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରହିଛି ।ଖୋର୍ଦ୍ଧା ଜିଲ୍ଲାରେ ୮ଟି ପ୍ରକଳ୍ପ ପାଇଁ ୪୦.୬୭କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିରେପାଇକ ଏକାଡେମୀ ତଥା ଗବେଷଣା କେନ୍ଦ୍ରପ୍ରତିଷ୍ଠା ପାଇଁ ୨ କୋଟି ଟଙ୍କା ମଞ୍ଜୁରକରିଛନ୍ତି । ପ୍ରାଣନାଥ କଲେଜ, ନିରାକାରପୁରକ୍ଷେତ୍ରବାସୀ ଡିଏଭି କଲେଜ ଓ କାଇପଦରଶ୍ରୀଜଗନ୍ନାଥ ମନ୍ଦିରର ରୂପାନ୍ତର ପାଇଁ ମଧ୍ୟଅର୍ଥ ମଞ୍ଜୁର କରାଯାଇଛି । ଭୁବନେଶ୍ୱରଉତ୍ତର ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ୨୩ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ଏଥିରେ ବିଜୁ ପଟ୍ଟନାୟକ କଲେଜ,ଜୟଦେବ କଲେଜ ଓ ରାଜା ମଧୁସୂଦନଦେବ ଡିଗ୍ରୀ କଲେଜ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପରହିଛି । ଚିଲିକା ନିର୍ବାଚନ ମଣ୍ଡଳୀରେ ୮ଟିପ୍ରକଳ୍ପ ପାଇଁ ୬୨.୪୩ କୋଟି ଟଙ୍କା ମଞ୍ଜୁରହୋଇଥିବା ବେଳେ ଏଥିରେ ଶ୍ରୀ ଚଣ୍ଡେଶ୍ୱରଦେବ ମନ୍ଦିର, ଗୋଦାବରିଶ ମହାବିଦ୍ୟାଳୟଓ ବାଲୁଗାଁ ମହାବିଦ୍ୟାଳୟ ଆଦି ଗୁରୁତ୍ୱପୂର୍ଣ୍ଣପ୍ରକଳ୍ପ ରହିଛି । ଜଟଣୀ ନିର୍ବାଚନମଣ୍ଡଳୀରେ୮ଟି ପ୍ରକଳ୍ପ ପାଇଁ ୨୮୧.୧୪ କୋଟି ଟଙ୍କାମଞ୍ଜୁର ହୋଇଥିବା ବେଳେ ଜଟଣୀକଲେଜର ରୂପାନ୍ତର ଏବଂ ବିଭିନ୍ନବେସରକାରୀ ଗୃହନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତାସଂଯୋଗ ପାଇଁ ଅର୍ଥ ମଞ୍ଜୁର କରାଯାଇଛି ।ଏହାସହିତ ଜଟଣୀ ଓ ଖୋର୍ଦ୍ଧାର ଖାସମାହାଲଜମି ଗୁଡିକର ସମାଧାନ କରି ପଟ୍ଟା ଯୋଗାଇଦେବାପାଇଁ ବ୍ୟବସ୍ଥା କରାଯାଇଛି ବୋଲି ଶ୍ରୀପାଣ୍ଡିଆନ ସୂଚନା ଦେଇଥିଲେ ।ବେସରକାରୀ ଗୃହ ନିର୍ମାଣ ପ୍ରକଳ୍ପ ଗୁଡିକୁରାସ୍ତା ସଂଯୋଗୀକରଣ ଯୋଗୁ ଦେଢ ଲକ୍ଷଲୋକ ଉପକାର ପାଇବେ ବୋଲି ସେ ସୂଚନାଦେଇଥିଲେ । ସେହିପରି ଖୋର୍ଦ୍ଧା ଜିଲ୍ଲାରେ୫୭ଟି ପ୍ରକଳ୍ପ ପାଇଁ ୧୧୬୦.୫୦ କୋଟିଟଙ୍କା ମଂଜୁର କରାଯାଇଛି । ଜଗତସିଂହପୁରଜିଲ୍ଲାର ଜଗତସିଂହପୁର ନିର୍ବାଚନମଣ୍ଡଳୀରେ୧୫ଟି ଶିକ୍ଷାନୁଷ୍ଠାନ ପାଇଁ ୧୦ କୋଟି ଓ୯୧ଟି ଧାର୍ମିକ ଅନୁଷ୍ଠାନ ରୂପାନ୍ତର ପାଇଁ ୪କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତସ୍ୱାମୀ ବିବେକାନନ୍ଦ କଲେଜ, ସ୍ୱାମୀବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟ ଓ ମାଛଗାଁମୁଖ୍ୟ କେନାଲ ଉପରେ ବକସ କ୍ୟାଣ୍ଡିଟ୍ପ୍ରଭୃତି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୧.୨୫କୋଟି ଟଙ୍କା ମଂଜୁର କରାଯାଇଛି । ବାଲିକୁଦାନିର୍ବାଚନ ମଣ୍ଡଳୀରେ ୭ଟି ପ୍ରମୁଖ ପ୍ରକଳ୍ପପାଇଁ ୪୯.୬୨ କୋଟି ଟଙ୍କା ମଂଜୁରକରାଯାଇଛି । ଏଥିରେ ଏରସମା କୁଞ୍ଜବିହାରୀମନ୍ଦିର, ବନ୍ଦର ପର୍ଯ୍ୟଟନ ପ୍ରକଳ୍ପ, ବାଲିକୁଦାଡିଗ୍ରୀ କଲେଜ, ଶିଆଳୀ ବେଳାଭୂମୀରଉନ୍ନତିକରଣ ଆଦି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପରହିଛି । ଏହାସହିତ ୭୬ଟି ଶିକ୍ଷାନୁଷ୍ଠାନ ଓଧାର୍ମିକ ଅନୁଷ୍ଠାନର ଉନ୍ନତିକରଣ ପାଇଁ୧୧.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ୮ଟି ପ୍ରମୁଖପ୍ରକଳ୍ପ ପାଇଁ ୨୭.୪୫ କୋଟି ଟଙ୍କା ମଞ୍ଜୁରକରାଯାଇଛି । ଏଥିରେ ପଞ୍ଚଶଖା ଧ୍ୟାନପୀଠ,ଶ୍ରୀ ଶ୍ରୀ ଗୋରଖନାଥ ମନ୍ଦିର, ଧଲତାନଗଡଜୈବ ବିବିଧତା ପ୍ରକଳ୍ପ, ଆଦିକବି ସାରଳାଦାସ ଡିଗ୍ରୀ କଲେଜ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପରହିଛି । ଏହାସହିତ ୧୨୧ଟି ଶିକ୍ଷାନୁଷ୍ଠାନଏବଂ ଧାର୍ମିକ ଅନୁଷ୍ଠାନ ପାଇଁ ୧୩.୨୫କୋଟି ଟଙ୍କା ମଞ୍ଜୁର କରାଯାଇଛି ।ପାରାଦୀପ ନିର୍ବାଚନମଣ୍ଡଳୀରେ ୪ଟିଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪.୫୮ କୋଟିଟଙ୍କା ମଞ୍ଜୁର କରାଯାଇଛି । ଏଥିରେ କୁଜଙ୍ଗଡିଗ୍ରୀ କଲେଜ, ପାରାଦୀପ ଡିଗ୍ରୀକଲେଜ, ତାଳଦଣ୍ଡା କେନାଲରଉନ୍ନତିକରଣ ଆଦି ପ୍ରମୁଖ ପ୍ରକଳ୍ପ ରହିଛି ।ସେହିପରି ୫୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକଅନୁଷ୍ଠାନ ପାଇଁ ୯.୫୦ କୋଟି ଟଙ୍କାମଞ୍ଜୁର କରାଯାଇଛି । ଏହିପରି ୩୫ଟିଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ସମୁଦାୟ ୧୬୧.୧୭କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀପାଣ୍ଡିଆନ ସୂଚନା ଦେଇଥିଲେ ।

Leave A Reply

Your email address will not be published.