ଶିଶୁ ମହୋତ୍ସବ “ସୁରଭି ଅନୁଷ୍ଠିତ

Shishu Mahotshav "Survi" held

0 85

ପୁରୀ, : ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତନିର୍ହିତ ପ୍ରତିଭାର ପରିପ୍ରକାଶ ଏବଂ ଶିକ୍ଷା ମାଧ୍ୟମରେ ପିଲାମାନଙ୍କର ପୂର୍ଣ୍ଣଙ୍ଗ ବିକାଶ ତଥା ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ସାଧନ ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହେଉଛି ବିଭିନ୍ନ କାର୍ଯ୍ୟକ୍ରମ । ସ୍ଥାନୀୟ ପୋଲିସ ନୋଡାଲ ହାଇସ୍କୁଲ ଓ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି-୨୦୨୩’ କାର୍ଯ୍ୟକ୍ରମ । ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି’ ଓ ଓଡ଼ିଶା ମିଲେଟ ମିଶନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଅନୁଷ୍ଠିତ ହୋଇଥିଲା ବତୃତା, ପ୍ରବନ୍ଧ, କୁଇଜ, ସୃଜନଶୀଳ ଲିଖନ, ଚିତ୍ରାଙ୍କନ, ବିତର୍କ, ସଙ୍ଗୀତ, ହସ୍ତାକ୍ଷର ଓ ଶ୍ରୁତଲିଖନ ଆଦି ପ୍ରତିଯୋଗିତା । ଏଥିରେ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ୪୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ଉଦଯାପନୀ କାର୍ଯ୍ୟକ୍ରମରେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ମିହିର ପ୍ରସାଦ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଘୁନାଥ ସେଠୀ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ୱଜିତ ଘୋଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମମତା ମିଶ୍ର ପ୍ରମୁଖ ଅତିଥିଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ । ପ୍ରାରମ୍ଭରେ ପୁଲିସ ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । ମହେନ୍ଦ୍ର ଦାସ ଓ କଳ୍ପନା ମିଶ୍ର ମଞ୍ଚ ପରି•ଳନା କରିଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହିମାଂଶୁ ଭୂଷଣ ସମର୍ଥା ଧନ୍ୟବାଦ ଅର୍ପଣ କରିଥିଲେ । ଆୟୋଜିତ ଉତ୍ସବକୁ କାର୍ଯ୍ୟକ୍ରମ ସଂଯୋଜକ ବରଦା ପ୍ରସନ୍ନ ରାଉତ, ମମତା ବେହେରା, ନାରାୟଣ ଚନ୍ଦ୍ର ମହାନ୍ତି, ରଶ୍ମୀରଞ୍ଜନ ନାୟକ, କମଳକାନ୍ତ ରଥ ପ୍ରମୁଖ ପରି•ଳନା କରିଥିଲେ ।

Leave A Reply

Your email address will not be published.