ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ମଞ୍ଜୁର

Sponsor Tutu Nayak's bail granted

0 51

ଭୁବନେଶ୍ୱର, : ମହିଳା ସାମ୍ୱାଦିକ ଦେବସ୍ମିତା ରାଉତଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ନାୟକଙ୍କୁ ଜାମିନ ମିଳିଲା । ଗତ ଶୁକ୍ରବାରଠୁ ଗିରଫ ହୋଇ ଜେଲରେ ଥିବା ଟୁଟୁ ନାୟକଙ୍କୁ ଜାମିନ ପ୍ରଦାନ କରିଛନ୍ତି ଏସ୍‌ଡିଜେଏମ୍‌ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଦଳରେ ଟୁଟୁ ନାୟକଙ୍କୁ ଜାମିନ ପ୍ରଦାନ କରାଯାଇଛି । ଶୁକ୍ରବାର ଓଡ଼ିଆ ଫିଲ୍ମ “ପ୍ରଥା’ ରିଲିଜ ହୋଇଥିଲା । ଏହି ଫିଲ୍ମର ପ୍ରମିୟର ଶୋ’ ଦେଖିବା ପାଇଁ ସିନେ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ନିମନ୍ତ୍ରଣ ପାଇ ସିନେ ସାମ୍ୱାଦିକ ଦେବସ୍ମିତା ରାଉତ ଯୋଗଦେଇଥିଲେ । ଫିଲ୍ମ ଦେଖିବାର କିଛି ସମୟ ପରେ ବାହାରକୁ ଆସି ଗେଟ୍‌ ନିକଟରେ ଛିଡ଼ା ହୋଇଥିଲେ ଦେବସ୍ମିତା । ସେହି ସମୟରେ ଉକ୍ତ ରାସ୍ତା ଦେଇ ଯାଉଥିବା ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ତାଙ୍କୁ ପ୍ରଥମେ ଠେଲିବା ପରେ ତାଙ୍କ ଗାଲକୁ •ପୁଡାଏ ମାରିଥିବା ଅଭିଯୋଗ କରିଥିଲେ ଦେବସ୍ମିତା । ଏନେଇ ଦେବସ୍ମିତା ଖାରବେଳ ନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତିକରି କମିଶନରେଟ୍‌ ପୁଲିସ୍‌ ଫିଲ୍ମ ହଲରେ ପହଞ୍ଚି ସିସିଟିଭି ଫୁଟେଜ୍‌ ଯାଞ୍ଚ କରିଥିଲା । ଏହାପରେ ଓଡ଼ିଶା ୱିମେନ୍‌ ଆଣ୍ଡ ମିଡ଼ିଆର ପ୍ରତିନିଧି ଦଳ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟିଥିଲେ । ଘଟଣାର ନିରପେକ୍ଷ ତଦନ୍ତ କରିବାକୁ ସେମାନେ ଦାବି କରିଥିଲେ । ସେପଟେ ପ୍ରଯୋଜକ ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରି ପୁଲିସ କମିଶନରଙ୍କୁ ରିପୋର୍ଟ ତଲବ କରିଥିଲେ ମହିଳା କମିଶନ । ୧୫ ଦିନ ଭିତରେ ମାମଲାର ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ମହିଳା କମିଶନ ଅଧକ୍ଷା ମିନତୀ ବେହେରା । ମହିଳା କମିଶନଙ୍କ ରିପୋର୍ଟ ତଲବ ପରେ ତତ୍ପର ହୋଇଥିଲା କମିଶନରେଟ୍‌ ପୁଲିସ୍‌ । ଉକ୍ତ ଦିନ ହିଁ ପୁଲିସ୍‌ ପ୍ରଯୋଜକ ଟୁଟୁ ନାୟକଙ୍କୁ ତାଙ୍କ ଘରୁ ଉଠାଇ ନେଇ ଖାରବେଳ ନଗର ଥାନାରେ ତାଙ୍କୁ ଘନଘନ ଜେରା କରିଥିଲା । ଦୀର୍ଘ ସମୟ ଧରି ଜେରା କରିବା ପରେ ଅପରାହ୍ନରେ ତାଙ୍କୁ ପୁଲିସ୍‌ ଗିରଫ କରି କୋର୍ଟ •ଲାଣ କରିଥିଲା । ଏହି ମାମଲାରେ ଟୁଟୁ ନାୟକଙ୍କୁ ବୁଧବାର ଜାମିନ ମିଳିଛି ।

Leave A Reply

Your email address will not be published.