କ୍ୟାପିଟାଲ୍ ହସ୍ପିଟାଲରେ ମଡ୍ୟୁଲାର୍ OT ସେବା ଆରମ୍ଭ ହୋଇଛି | ଥରେ 8 ରୋଗୀଙ୍କ ଅସ୍ତ୍ରୋପଚାର |

Modular OT service launched at Capital Hospital Surgery of 8 patients at once

0 72

ଭୁବନେଶ୍ୱର,୧୮ା୧୧ : ରାଜ୍ୟର ସ୍ୱାସ୍ଥ୍ୟସେବାର ସୃଷ୍ଟି ହେଲା ନୂଆ ଅଧ୍ୟାୟ । ରାଜ୍ୟରେ ପ୍ରଥମ ଭାବେ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ମଡ୍ୟୁଲାର ଓଟି । ଆଜି ଏହି ନୂଆ ଅପରେସନର ଟେକ୍ନୋଲୋଜିର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ମଡ୍ୟୁଲାର ଓଟିରେ ରହିଛି ଅତ୍ୟାଧୁନିକ ଚିକିତ୍ସା ସରଞ୍ଜାମ । ଏହି ଅତ୍ୟାଧୁନିକ ଓଟିରେ ଏକା ସାଙ୍ଗରେ ୮ ଜଣଙ୍କର ଅସ୍ତ୍ରୋପ•ର ହୋଇପାରିବ । ଏହି ଅତ୍ୟାଧୁନିକ ଓଟି ପାଇଁ ଖର୍ଚ୍ଚ ହୋଇଛି ୧୬.୭୬ କୋଟି ଟଙ୍କା । ରାଜ୍ୟ ସରକାର ୧୫.୩୪ କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ବିମାନବନ୍ଦର ପ୍ରାଧିକରଣ ଔଦଗୀୟ ସାମାଜିକ କର୍ତ୍ତବ୍ୟ ପାଣ୍ଠିରୁ ୧.୪୨ କୋଟି ଟଙ୍କା ପ୍ରଦାନ କରାଯାଇଛି । ୧ ମହଲା ବିଶିଷ୍ଟ ଘରେ ୮ ଟି ଗୃହ ରହିଛି । ଏଥିମଧ୍ୟରୁ ୫ଟି ଗୃହରେ ଓଟିର ବ୍ୟବସ୍ଥା ରହିଥିବା ବେଳେ ବାକି ଦୁଇଟି ଗୃହରେ ରୋଗୀଙ୍କ ପାଇଁ ଶଯ୍ୟା ରହିଛି । ଏଭଳି ବ୍ୟବସ୍ଥା କରାଯିବାରେ କ୍ୟାପିଟାଲ ହସ୍ପିଟାଲ ରାଜ୍ୟର ପ୍ରଥମ ହସ୍ପିଟାଲ । ଏହାଦ୍ୱାରା ଅନେକ ଜଟିଳ ଅସ୍ତ୍ରୋପ•ର ପାଇଁ ଆସୁଥିବା ରୋଗୀଙ୍କୁ ଆଉ ଅନ୍ୟ ହସ୍ପିଟାଲକୁ ରେଫର କରାଯିବ ନାହିଁ । ବିଶେଷ କରି ଅସ୍ଥିଶଲ୍ୟ ଓ ହୃଦରୋଗ ବିଭାଗର ଅସ୍ତ୍ରୋପ•ର ସୁବିଧାରେ ହୋଇପାରିବା ସହ ସାଧାରଣ ରୋଗୀ ଅଧିକରୁ ଅଧିକ ଉପକୃତ ହୋଇପାରିବେ । ଓଟିର ଉଦ୍‌ଘାଟନ ଉତ୍ସବରେ ୫-ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନ୍‌, ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ୱାସ୍ଥ୍ୟ ସଚିବ ସାଳିନୀ ପଣ୍ଡିତ, କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ଓ ବିଭିନ୍ନ ବିଭାଗ ବରିଷ୍ଠ ଡାକ୍ତରମାନେ ଉପସ୍ଥିତ ଥିଲେ ।

ସେବା ଯୋଗାଇବ ଆଉ ୩୪୯ ଆମ୍ବୁଲାନ୍ସ

ଭୁବନେଶ୍ୱର,୧୮ା୧୧ : ତ୍ୱରିତ ସ୍ୱାସ୍ଥ୍ୟ ସେବା ଦିଗରେ ଅନ୍ୟ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି । ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ ଆମ୍ବୁଲାନ୍ସ ରାଜ୍ୟର ମେଡିକାଲ ଆମ୍ବୁଲାନ୍ସ ସେବାରେ ଯୋଗ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଆହୁରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇବାରେ ସହାୟକ ହେବ । “ପ୍ରତି ଜୀବନ ମୂଲ୍ୟବାନ’ ନୀତି ଅନୁଯାୟୀ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ଆଜି ଲୋକାର୍ପିତ ଆମ୍ବୁଲାନ୍ସ ଗୁଡିକ ମଧ୍ୟରୁ ୨୭୯ଟିକୁ ୧୦୮- ଆମ୍ବୁଲାନ୍ସ ସେବାରେ ସାମିଲ କରାଯାଇଛି । ବାକି ୭୦ଟିକୁ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟମାନଙ୍କୁ ଯୋଗାଇ ଦିଆଯାଇଛି । ଏହି ୭୦ଟି ମଧ୍ୟରୁ ୪୦ଟି ହେଉଛି ଜୀବନ ରକ୍ଷାକାରୀ ମୌଳିକ ଆମ୍ବୁଲାନ୍ସ ଏବଂ ୩୦ଟି ଜୀବନ ରକ୍ଷାକାରୀ ଅତ୍ୟାଧୁନିକ ଆମ୍ବୁଲାନ୍ସ । ସମୁଦାୟ ୩୪୯ଟି ଆମ୍ବୁଲାନ୍ସ ବାବଦରେ ୧୪୮.୪୫ କୋଟି ଟଙ୍କା ବିନିଯୋଗ କରାଯାଇଛି । ୧୦୮- ଆମ୍ବୁଲାନ୍ସ ସେବାରେ ଏହି ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ମୋଟ ଆମ୍ବୁଲାନ୍ସ ସଂଖ୍ୟା ୧୩୬୬ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ପ୍ରତିଦିନ ହାରାହାରି ୪୦୦୦ରୁ ଅଧିକ ସଂଖ୍ୟକ ରୋଗୀ ଏହି ୧୦୮-ଆମ୍ବୁଲାନ୍ସ ସେବା ଦ୍ୱାରା ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେଉଛନ୍ତି । ନୂଆ ଆମ୍ବୁଲାନ୍ସ ଗୁଡିକ ସାମିଲ ହେବା ପରେ ୧୦୮-ଆମ୍ବୁଲାନ୍ସ ସେବା ଆହୁରି ତ୍ୱରିତ ଏବଂ ସୁବିଧାଜନକ ହେବ । ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗୁଡିକୁ ଯୋଗଉଥିବା ୭୦ଟି ଆମ୍ବୁଲାନ୍ସ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଭୁକ୍ତ ରୋଗୀମାନଙ୍କୁ ଆବଶ୍ୟକ ସ୍ଥଳେ ସରକାରୀ ଡାକ୍ତରଖାନାରୁ ଘରୋଇ ହସ୍ପିଟାଲକୁ ଜରୁରୀକାଳିନ ସ୍ଥାନାନ୍ତରରେ ବ୍ୟବହାର ହେବା ସହ ଜିଲ୍ଲାସ୍ତରରେ ଅନ୍ୟ ରୋଗୀମାନଙ୍କ ଜରୁରୀ ଆବଶ୍ୟକତା ପୁରଣରେ ସହାୟକ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଭାଗୀୟ ସଚିବ ସାଳିନୀ ପଣ୍ଡିତ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.