ରାଜ୍ୟପାଳଙ୍କୁ ଭେଟିଲେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

AIIMS Bhubaneswar Executive Director met the Governor

0 91

ଭୁବନେଶ୍ୱର, : ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ ଶନିବାର ରାଜ ଭବନରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ଅବସରରେ ଡ. ବିଶ୍ୱାସ ରାଜ୍ୟପାଳଙ୍କୁ ଏମ୍ସ ଭୁବନେଶ୍ୱରରେ ହେଉଥିବା ରୋଗୀ ସେବା ସମ୍ବନ୍ଧୀୟ ଅନେକ ବିକାଶମୂଳକ କାର୍ଯ୍ୟ, ଗବେଷଣା ଏବଂ ଅନ୍ୟାନ୍ୟ ବିଭିନ୍ନ ପ୍ରସଙ୍ଗରେ ଅବଗତ କରାଇଥିଲେ । ରାଜ୍ୟପାଳ ରଘୁବର ଦାସ ମଧ୍ୟ ରୋଗୀ ସେବା ଓ ସମାଜ ପ୍ରତି ଏମ୍ସ ଭୁବନେଶ୍ୱରର ସେବା ମନୋଭାବ ଏବଂ ସକରାତ୍ମକ ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ । ଓଡ଼ିଶାର ରାଜ୍ୟପାଳ ତଥା ଦେଶର ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ରଘୁବର ଦାସଙ୍କ ସହିତ ସାକ୍ଷାତକୁ ନେଇ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ବିଶ୍ୱାସ ଆନନ୍ଦ ପ୍ରକାଶ କରିବା ସହିତ ଏହା ଏକ ପ୍ରେରଣାଦାୟୀ ବୈଠକ ଥିଲା ବୋଲି ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.