ଏଣିକି ଗାଁରେ ହାତ ପାହାନ୍ତାରେ ବ୍ୟାଙ୍କ ସେବା

Bank service is now available in the village

0 46

ଭୁବନେଶ୍ୱର,୨୮ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରିଛନ୍ତି । ଏହାଦ୍ୱାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ ସୁବିଧା ପାଇବେ । ୨୦୨୪ ମାର୍ଚ୍ଚ ସୁଦ୍ଧା ଏହି ସମସ୍ତ ପଞ୍ଚାୟତକୁ ବ୍ୟାଙ୍କ ସୁବିଧା ପହଞ୍ଚିବ । ଆଜି ପ୍ରଥମ ପର୍ଯ୍ୟାୟରେ ୭୫୪ଟି ପଞ୍ଚାୟତରେ ଆମ ବ୍ୟାଙ୍କ ସୁବିଧା ଆରମ୍ଭ ହେଲା । ଏହି କାର୍ଯ୍ୟକ୍ରମକୁ ରାଜ୍ୟର ୧୦୦୦ଟି ସ୍ଥାନରେ ୪ ଲକ୍ଷ ଲୋକ ସିଧାପ୍ରସାରଣ ଜରିଆରେ ଲାଇଭ ଦେଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ବ୍ୟାଙ୍କ ମଡେଲ ସାରା ଦେଶରେ ପ୍ରଥମ । ଏହି ବ୍ୟାଙ୍କିଙ୍ଗ ମଡେଲ ସାରା ଦେଶ ପାଇଁ ଏକ ରୋଲ ମଡେଲ ହେବ ବୋଲି ସେ ମତ ହେବା ସହିତ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଆହ୍ୱାନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି । ଏମାନେ ହେଲେ– ଏସବିଆଇ, ପିଏନବି , ୟୁବିଆଇ,ୟୁକୋ ବ୍ୟାଙ୍କ, ବିଓଆଇ, ବିଓବି । ଆମ ବ୍ୟାଙ୍କ ଗୁଡିକ ଲୋକଙ୍କୁ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦେବେ । ସୂଚନାଯୋଗ୍ୟ ଯେ ରାଜ୍ୟର ସମୁଦାୟ ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ପ୍ରାୟ ୬୫ ପ୍ରତିଶତ ବା ୪୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ନାହିଁ । ଲୋକଙ୍କ ଆର୍ôଥକ ସଶକ୍ତିକରଣ ପାଇଁ ବ୍ୟାଙ୍କ ସୁବିଧା ଏକ ଜରୁରୀ ଆବଶ୍ୟକତା ହୋଇଥିବାରୁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ୟାଙ୍କ ମାନଙ୍କୁ ସମସ୍ତ ସୁବିଧା ପ୍ରଦାନ କରି ୬ ମାସ ମଧ୍ୟରେ ସବୁ ବ୍ୟାଙ୍କ ନ ଥିବା ପଞ୍ଚାୟତରେ କଷ୍ଟମର ସର୍ଭିସ୍‌ ପଏଣ୍ଟ ପ୍ଲସ୍‌ ଯୋଜନା ଆରମ୍ଭ କରିଛନ୍ତି । ଏହା ‘ଆମ ବ୍ୟାଙ୍କ’ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ । ଏଥିପାଇଁ ରାଜ୍ୟ ସରକାର ଏହିସବୁ ପଞ୍ଚାୟତରେ ବ୍ୟାଙ୍କମାନଙ୍କୁ ଆସନ୍ତା ୫ ବର୍ଷ ପାଇଁ ଘର, ବିଦ୍ୟୁତ ବ୍ୟବସ୍ଥା, ଇଣ୍ଟ ମଧ୍ୟ ଖୁବ ଜରୁରୀ ।

Leave A Reply

Your email address will not be published.