ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

Prime Minister will distribute 51 thousand employment letters today

0 79

ନୂଆଦିଲ୍ଲୀ,୨୯ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ । ସାରା ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି । ଦେଶର ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ôଥକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ଏହି ନୂତନ ନିଯୁକ୍ତି ମିଳିବ । ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ ।

Leave A Reply

Your email address will not be published.