ଉତ୍ସର୍ଗୀକୃତ ସେବା ଯୋଗାଇବାକୁ ଆହ୍ୱାନ

A challenge to provide dedicated service

0 57

ଭୁବନେଶ୍ୱର,୨୮ା୧୨ : ଓଡ଼ିଶା ରୂପାନ୍ତରଣରେ ସ୍ୱାସ୍ଥ୍ୟସେବା ଏକ ପ୍ରମୁଖ କ୍ଷେତ୍ର। ଓଡ଼ିଶା ଲୋକଙ୍କ ଟଙ୍କାକୁ ଦରମା ଆକାରରେ ଖର୍ଚ୍ଚ କରାଯାଉଛି। ଆପଣଙ୍କୁ ସେମାନଙ୍କ ସେବା କରିବାକୁ ପଡ଼ିବ। ପ୍ରତ୍ୟେକ ରୋଗୀଙ୍କୁ ସକରାତ୍ମକ ମନୋଭାବରେ ଚିକିତ୍ସା କରିବା ଆପଣଙ୍କ ଦାୟିତ୍ୱ। ଆଜି ଆଉ ୨୪୭୩ ଡାକ୍ତରଙ୍କୁ ନିଯୁକ୍ତି ଦେଇ ଏହି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୨୩୯୨ ଜଣ ଏମବିବିଏସ ଡାକ୍ତର ଥିବା ବେଳେ ୮୧ ଜଣ ଦାନ୍ତ ଡାକ୍ତର ଅଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ପର୍ବରେ ସମସ୍ତ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ଦ୍ୱାରା ରାଜ୍ୟର ସ୍ୱାସ୍ଥ୍ୟ ସେବା ଆହୁରି ସୁଦୃଢ଼ ହୋଇଛି। ରାଜ୍ୟ ସରକାର ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ସବୁ କ୍ଷେତ୍ରକୁ ଗୁରୁତ୍ୱ ଦେଉଛନ୍ତି। ରୂପାନ୍ତରଣ ପ୍ରତ୍ୟେକ ଲୋକଙ୍କୁ ନୂଆ ସ୍ତରକୁ ନେବା ପାଇଁ କାମ କରାଯାଉଛି। ୫-ଟି ଉପକ୍ରମରେ ସ୍ୱାସ୍ଥ୍ୟକ୍ଷେତ୍ରକୁ ପ୍ରାଧାନ୍ୟ ଦେଉଛନ୍ତି ସରକାର। ପ୍ରତିଟି ଜୀବନ ମୂଲ୍ୟବାନ। ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା ଗଠନ ନେଇ କାମ କରିବାକୁ ନବ ନିଯୁକ୍ତ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜିର ନିଯୁକ୍ତିକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୩ ହଜାର ୬୦୦ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ଦିଆସରିଲାଣି। ଗତ ନଭେମ୍ବରରେ ପ୍ରାୟ ୪ ହଜାର ନର୍ସିଂ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ଅବସରରେ ୫- ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ମଧ୍ୟ ନବ ନିଯୁକ୍ତ ଡାକ୍ତରଙ୍କୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍ସର୍ଗୀକୃତ ମନୋଭାବ ନେଇ କାମ କରିବାକୁ ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନୂଆ ଓଡ଼ିଶା ଭିଜନରେ ଡାକ୍ତରମାନେ ଅଂଶୀଦାର ହେବାକୁ ଆହ୍ୱାନ ଦେଇଥିବା ବେଳେ, ଗ୍ରାମୀଣ ଲୋକଙ୍କ ସର୍ବଶ୍ରେଷ୍ଠ ସେବା ଯୋଗାଇ ଦେବାକୁ ୫-ଟି ଅଧ୍ୟକ୍ଷ ଆହ୍ୱାନ ଦେଇଛନ୍ତି।

Leave A Reply

Your email address will not be published.