ଲୋୟର ସୁକତେଲ ପ୍ରକଳ୍ପ ଲୋକାର୍ପିତ ଚାଷୀଙ୍କ ବିକାଶରେ ରାଜ୍ୟର ବିକାଶ : ମୁଖ୍ୟମନ୍ତ୍ରୀ

0 124

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ୱାରା ବଲାଙ୍ଗୀରର ·ଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା। ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ·ଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ। ଏହାର ଉଚ୍ଚତା ୩୧ ମିଟର। ଏହାଦ୍ୱାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। ୮୦ ହଜାରରୁ ଅଧିକ ·ଷୀ ଉପକାର ପାଇବେ। ଜିଲ୍ଲାର ୭୦ହଜାରରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ। ୨୦୧୯ ମସିହାରୁ ୫-ଟି ଉପକ୍ରମରେ ପ୍ରକଳ୍ପ ତ୍ୱରାନ୍ୱିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି। ଜ୍ଞାନକୌଶଳର ବ୍ୟବହାର କରାଯାଇ ଭୂତଳ ପାଇପ୍‌ ଲାଇନ୍‌ ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ଏହାଦ୍ୱାରା ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଷୀ ଭାଇମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ। ମୁଁ ସବୁବେଳେ ·ଷୀ ଭାଇମାନଙ୍କ ସାଥିରେ ଅଛି। ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧଋଣ, ମାଗଣା ଫସଲ ବୀମା ·ଷୀ ଘର ପିଲାଙ୍କ ପାଇଁ ବୃତ୍ତି ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି। ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ। ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା। ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, ପର୍ଯ୍ୟଟନର ଉନ୍ନତି, ଯୋଗାଯୋଗର ଉନ୍ନତି, କ୍ରୀଡାର ଉନ୍ନତି ସହିତ ଐତିହ୍ୟର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ପାଇଁ ୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତି ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ, ୫-ଟି ଅଧ୍ୟକ୍ଷ ମୋ ନିର୍ଦ୍ଦେଶରେ ଅଗଷ୍ଟ ମାସରେ ଆସିଥିଲେ। ଆପଣମାନଙ୍କୁ ଭେଟିଥିଲେ। ଆପଣମାନଙ୍କ ସହିତ ବିକାଶ କାମ ବିଷୟରେ ଆଲୋଚନା କରିଥିଲେ। ଆପଣମାନଙ୍କ ମତକୁ ସମ୍ମାନ ଜଣାଇ ଆମେ କାମ କରୁଛୁ। ବଲାଙ୍ଗୀରର ବିକାଶ ଉପରେ ଆଲୋକପାତ କରି ସେ କହିଲେ ଯେ, ଏବେ ବଲାଙ୍ଗୀର ଜିଲ୍ଲା ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ଜୋରଦାର ଉନ୍ନତି କରୁଛି । ହରିଶଙ୍କର ପୀଠ ସହିତ ଜିଲ୍ଲାର ମଠ ମନ୍ଦିରର ରୂ।ନ୍ତର କାମ·ଲିଛି। ଏବେ କୃଷି କ୍ଷେତ୍ରରେ ଉନ୍ନତି ସହିତ ଜିଲ୍ଲାରେ ରୂ।ନ୍ତରର ଏକ ନୂଆ ଯୁଗ ଆସିବ। ମୋର ବିଶ୍ୱାସ, ଆପଣମାନଙ୍କ ସହଯୋଗରେ, ବଲାଙ୍ଗୀର ରାଜ୍ୟର ବିକାଶରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବ ବୋଲି ସେ କହିଥିଲେ। ଏହି ଅବସରରେ ଜଳସଂପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ, ୫-ଟି ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସରୋଜ ମେହେର,ଲୋଇସିଂଘା ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ। ଉନ୍ନୟନ କମିଶନର ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.