ଆକାଶପଥରେ ଯୋଡି ହେଲା ଲାଲଗଡ

0 37

ଭୁବନେଶ୍ୱର, ରୂପାନ୍ତର ଯାତ୍ରାରେ ଆଉ ଏକ ପାଦ ଆଗେଇଲା ମାଲକାନଗିରି। ଆକାଶ ପଥରେ ଯୋଡି ହୋଇ ଇତିହାସ ରଚିଲା ମାଲକାନଗିରି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରେ ଏକ ବିମାନ ବନ୍ଦର ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ମାଲକାନଗିରି ସ୍ୱପ୍ନ ପୁରଣ ହୋଇଛି। ମାଲକାନଗିରି ଆକାଶପଥ ମାନଚିତ୍ର ରେ ସ୍ଥାନିତ ହୋଇଛି। ଏହା ଦ୍ୱାରା ମାଲକାନଗିରି
ଜିଲ୍ଲା ଓ ଆଖପାଖ ଅଂଚଳରେ ଯୋଗାଯୋଗ, ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ କୋରାପୁଟର ଜୟପୁର, କଳାହାଣ୍ଡିର ଉତ୍‌କେଲା, ରାଉରକେଲା, ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ବିମାନବନ୍ଦର ସ୍ଥାପନ କରାଯାଇଛି। ଏହା ପରେ ଆଜି ମାଲକାନଗିରିକୁ ମଧ୍ୟ ଆକାଶପଥରେ ସଂଯୋଗ କରାଯିବାପରେ ସାରା ରାଜ୍ୟର ଦୂରବର୍ତୀ ଅଂଚଳଗୁଡିକରେ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ। ଓଡିଶାରେ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଏହା ଖୁବ୍‌ ଗୁରୁତ୍ୱୂର୍ଣ୍ଣ। ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଂଚଳରେ
ପରିବ୍ୟାପ୍ତ ଏବଂ ଏଥିରେ ୧୬୨୦ ମିଟର ଦୀର୍ଘ୍ୟ ଓ ୩୦ ମିଟର ପ୍ରସ୍ଥ ବିଶିଷ୍ଟ ଏକ ରନୱେ ନିର୍ମାଣ କରାଯାଇଛି। ଏଥି।ଇଁ ୭୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଉଦ୍‌ଘାଟନ ସମୟରେ ମୁଖମନ୍ତ୍ରୀଙ୍କ ସହିତ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ମାଲକାନଗିରି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଗୋବିନ୍ଦପାଲି ସମନ୍ୱିତ ଜଳସେଚନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏଥିାଇଁ ୪୦୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତିକ ପାଣ୍ଡିଆନ ଗତ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରି ଜିଲ୍ଲା ଗସ୍ତ କରି ସ୍ଥାନୀୟ ଜନସାଧାରଣଙ୍କ ସହିତ ସପ୍ତଧାରା ନଦୀରେ ଏକ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଆଲୋଚନା କରିଥିଲେ। ଲୋକଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ପ୍ରାୟ ୪୦୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ଗୋବିନ୍ଦପାଲି ସମନ୍ୱିତ ଜଳସେଚନ ପ୍ରକଳ୍ପର ଡ଼ିଆର ପ୍ରସ୍ତୁତ କରାଯାଇ ବୈଷୟିକ ପରାମର୍ଶଦାତା କମିଟିର ଅନୁମୋଦନ ନିମନ୍ତେ କେନ୍ଦ୍ରୀୟ ଜଳ
ଆୟୋଗକୁ ପ୍ରେରଣ କରାଯାଇଅଛି । ଏହି ପ୍ରକଳ୍ପ ଅଧୀନରେ ସପ୍ତଧାରା ଓ ଗରିଆଠାରେ ଆକାଶପଥରେ ଦୁଇଗୋଟି ଡ୍ୟାମ, ଏକ ସଂଯୋଗୀକରଣ ଟନେଲ ଓ ଭୂତଳ ପାଇପଲାଇନ ଦ୍ୱାରା
ଜଳସେଚନର ବ୍ୟବସ୍ଥା ରହିଛି। ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲ୍ଲାର ଚାରିଗୋଟି ବ୍ଲକ ଯଥା – ମାଲକାନଗିରି, ମାଥିଲି, ଖଇରିୁଟ ଓ କୋରକୁଣ୍ଡାରେ ଅତିରିକ୍ତ ୯୨,୮୧୫ ଏକର ଚାଷ ଜମିରେ ଜଳସେଚନର ସୁବିଧା ସୃଷ୍ଟି କରାଯିବା ସହିତ ୧.୫୦ ଲକ୍ଷ ସ୍ଥାନୀୟ ଜନସାଧାରଣଙ୍କୁ ପାନୀୟଜଳ ଯୋଗାଣ କରାଯାଇପାରିବ। ଆସନ୍ତା ଜୁଲାଇ ମାସ ସୁଦ୍ଧା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

 

Leave A Reply

Your email address will not be published.