୨୦ ଯାଏ ହାଲୁକା ବର୍ଷା

0 37

ଭୁବନେଶ୍ୱର, ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା। ହାଲୁକାରୁ ମଧ୍ୟମ ଧରଣରବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ। କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣି।ଗ କେନ୍ଦ୍ର । ସେହି ରି ଘନ କୁହୁଡି ସ୍ଥିତି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, କେଉଁଝର ଓ ଝାରସୁଗୁଡା ଜିଲ୍ଲାରେ ଦେଖାଦେଇପାରେ। ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣି।ଗ କେନ୍ଦ୍ର । ସେହିରି ଆଗକୁ ଶୀତ ବଢିବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣି ପାଗ ବିଭାଗ। ରାଜ୍ୟରେ ଦୁଇ ଦିନ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ। ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ,ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣି।ଗ ବିଭାଗ ପୂର୍ବାନୁମାନ କରିଛି ।

 

Leave A Reply

Your email address will not be published.