ଗଜପତି ଜିଲ୍ଲାସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ

0 12

ପାରଳାଖେମୁଣ୍ଡି, : ଗଜପତି ଜିଲ୍ଲାସ୍ତରୀୟ ୧୮ତମ ପ୍ରବାସୀ ଭାରତୀୟ ଦିବସ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ସମଗ୍ର ଶିକ୍ଷା ଗଜପତି ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଦିବସରେ ବିଜୟ କୁମାର ଦାଶ, ଜିଲ୍ଲାପାଳ ଗଜପତି ମୁଖ୍ୟ ଅତିଥି ଭାବରେ
ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ରୁପେଶ କୁମାର ପାଣିଗ୍ରାହୀ, ବିଧାୟକ ପାରଳାଖେମୁଣ୍ଡି, ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି, ଡ଼.ମାୟାଧର ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଗଜପତି, ରୋସନ
କୁମାର ନାୟକ, ସହକାରୀ ପ୍ରଫେସର୍ କୃଷି ଆମେରିକା, ସନ୍ତୋଷ କୁମାର ପାଣିଗ୍ରାହୀ, ପ୍ରବାସୀ ଭାରତୀୟ ସିଡନୀ ଅଷ୍ଟ୍ରେଲିଆ, ସୋଲେମନ୍ ରାଇକା, ଜିଲ୍ଲା ମଙ୍ଗଳ ଅଧିକାରୀ ଓ ଭଗବତ ପାଢ଼ୀ ସାମ୍ବାଦିକ ମଞ୍ଚାସିନ ଥିଲେ । ପ୍ରତିବର୍ଷ ଭାରତ ସରକାରଙ୍କ ଦ୍ୱାରା ଜାନୁୟାରୀ ୮ ତାରିଖ ଦିନ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଏ । ଏହି ଦିନ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ୱଦେଶକୁ ଫେରିଥିଲେ । ଏହି ଦିନକୁ ସ୍ମରଣୀୟ କରିବା ପାଇଁ ୨୦୦୩ ମସିହାରୁ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଉଛି । ଏହି ଉପଲକ୍ଷେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ
ହୋଇଥିଲା । ଏଥିରେ ଯେଉଁ ପ୍ରବାସୀ ଭାରତୀୟ ନିଜ କ୍ଷେତ୍ରରେ ବିଶେଷ ସଫଳତା ହାସଲ କରିଛନ୍ତି ସେମାନଙ୍କୁ ସମ୍ମାନିତ କରାଯାଇଛି ।
ଏହି ଅବସରରେ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୋନାଲିସା ଦାସ, ପ୍ରଧାନ ଶିକ୍ଷୟତ୍ରୀ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି, ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସଂସ୍କୃତି ଅଧିକାରୀ, ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.