ରାଜ୍ୟରେ ୨୪ ଘଣ୍ଟାରେ ୬୭୧ କୋଭିଡ୍ ପଜିଟିଭ୍ ଚିହ୍ନଟ

0 78

ଭୁବନେଶ୍ୱର ୧୮।୦୨ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୪୫୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୪୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୪୫୭୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୭୧୫୪୯୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.