0 59

ଭୁବନେଶ୍ୱର, : ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି । ଏହି ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ରାଜ୍ୟ ପୂର୍ତ୍ତ, ଅବକାରୀ ଓ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ଜୁନ୍ ୪ରୁ ୧୪ ତାରିଖ ଯାଏ ରାଜ୍ୟ ସରକାର ବର୍ଷ ପୂର୍ତ୍ତି ପାଳନ କରିବେ । ଠିକ୍ ସେହିପରି ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । ଖାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୁହେଁ, ବରଂ ସମସ୍ତ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ବି ନିମନ୍ତ୍ରଣ କରାଯାଇଛି । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି, ନୀତି ଆୟୋଗଙ୍କ ବୈଠକ ଅବସରରେ ସମସ୍ତଙ୍କୁ ରଥଯାତ୍ରାରେ ପୁରୀ ଆସବାକୁ ବିନମ୍ର ଅନୁରୋଧ କରାଯାଇଛି । ଜୁନ୍ ୨୭ ତାରିଖ ଶୁକ୍ରବାର ଦିନ ଏଥର ତିନିଠାକୁର ରଥରେ ବିରାଜମାନ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ । ଏହି ଦିବ୍ୟଲୀଳା ଦେଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ଏନେଇ କିଛି ଦିନତଳେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ । ସେ କହିଥିଲେ, ଏନେଇ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି । ସୁରେଶ ପୂଜାରୀ କହିଥିଲେ, ଓଡ଼ିଶାରେ ବିଜେପି ସରକାର ଗଠନ ହେବାର ଏଗାର ମାସରେ ଦିଆଯାଇଥିବା ଅଧିକାଂଶ ପ୍ରତିଶ୍ରୁତି ପୂରଣ କରାଯାଇଛି । ଏଣୁ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗ ଦେବା ଆମର ଇଚ୍ଛା ।

Leave A Reply

Your email address will not be published.