ବ୍ରହ୍ମପୁର ଏମକେସିଜି ମେଡିକାଲରେ ପୁଣି ରେଗିଂ l ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ଦୁଇ ହାଉସ ସର୍ଜନ ରେଗିଂ କରିଥିବା ଅଭିଯୋଗ l ରେଗିଂ କରିଥିବା ଦୁଇ ହାଉସ ସର୍ଜନଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଜୋରିମାନା । ଏଣ୍ଟି ରେଗିଂ କମିଟିର ବୈଠକରେ ହେଲା ନିଷ୍ପତ୍ତି । ଗତ ମେ ମାସ ୧୨ ତାରିଖରେ ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ରେଗିଂ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ମେ ୧୩ ତାରିଖରେ ଏମକେସିଜି ମେଡିକାଲ ଡିନଙ୍କୁ ଦୁଇ ଜଣ ରେଗିଂ କରିଥିବା ନେଇ ଲିଖିତ ଅଭିଯୋଗ ଦେଇଥିଲେ ସମ୍ପୃକ୍ତ ଛାତ୍ର । ଗତ କିଛି ଦିନ ପୂର୍ବରୁ ଏଣ୍ଟି ରେଗିଂ କମିଟିରେ ଅଭିଯୋଗ ହେବା ପରେ ଆଜି ଏମକେସିଜି ମେଡିକାଲରେ ହୋଇଥିଲା ବୈଠକ ।