ଆଜିଠୁ ଲଘୁଚାପ, ୩ ଦିନ ଧରି ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

Low pressure from today, heavy to very heavy rains expected in 2 districts for 3 days

0 44

ଭୁବନେଶ୍ୱର, : ବୁଧବାର ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବୁଧବାରଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବୁଧବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ହେବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଚେତବାନୀ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖ ସକାଳ ସାଢେ ୮ଟାରୁ ୧୪ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୪ ତାରିଖ ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ମଧ୍ୟରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ
ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୂର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖ ସକାଳ ସାଢେ ୮ଟାରୁ ୧୬ ତାରିଖ ସକାଳ ସାଢେ ୮ଟା ମଧ୍ୟରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୂର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ତାରିଖ ସକାଳ ସାଢେ ୮ଟାରୁ ୧୭ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ ସହିତ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖରୁ ୧୬ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.