ନୂଆଦିଲ୍ଲୀ, : ଆଜି ସ୍ଥିର ରହିଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୧,୧୭୦ ଟଙ୍କା ରହିଛି । ସେହିପରି ୨୨
କ୍ୟାରେଟ ସୁନା ଦର ୧,୦୧,୯୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୧,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୧,୯୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୧,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୧,୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୧,୩୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୨,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୧,୭୦୯ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୨,୨୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୧,୧୭୦ ଓ ୧,୦୧,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୩,୦୦୦ ଟଙ୍କା ହୋଇଛି ।
Next Post