ବିଚାରାଧୀନ କଏଦୀଙ୍କୁ କରୋନା

ଯାଜପୁର: ଯାଜପୁର ଉପକାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କଏଦୀ ଜଣକ ଅଣ ଓଡିଆ ହୋଇଥିବାବେଳେ ପତ୍ନୀକୁ ହତ୍ୟା ଅଭିଯୋଗରେ ବିଂଝାରପୁର ପୁଲିସ୍‌ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

କଏଦୀଙ୍କ ସ୍ୱାବ୍‌ ସଂଗ୍ରହ ହୋଇଥିବାବେଳେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି। ଆକ୍ରାନ୍ତ ଜଣଙ୍କୁ କୋଭିଡ଼ କେୟାରକୁ ପଠାଯାଇଛି। ଏହି ଘଟଣା ପରେ ବିଂଝାରପୁର ଥାନାର ୨୨ ଜଣ କର୍ମଚାରୀଙ୍କ ସ୍ୱାବ୍‌ ଟେଷ୍ଟ ପାଇଁ ପଠାଯାଇଛି। ଅତି ଜରୁରୀ କାମ ନ ଥିଲେ ଥାନାକୁ ନ ଆସିବାକୁ କୁହାଯାଇଛି। ଏଥିସହିତ ସବ୍‌ ଜେଲ୍‌ ଓ ଥାନାକୁ ସାନିଟାଇଜ କରାଯାଇଛି।

Comments (0)
Add Comment