ଆଉ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯ରେ ପହଞ୍ଚିଛି।

ମୃତକଦ୍ୱୟ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୫୧ ଓ ୩୪। ୩୪ ବର୍ଷୀୟ ଯୁବକଜଣକ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ବେଳେ ୫୧ ବର୍ଷୀୟ ବ୍ୟକ୍ତିଜଣକ ମେଦବହୁଳ ରୋଗରେ ପୀଡ଼ିତ ଥିଲେ। ଫଳରେ ଗଞ୍ଜାମ ଜିଲ୍ଲାର କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫, ୩୯୨ରେ ପହଞ୍ଚିଥିବା ବେଳେ ୧୨,୪୭୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ୪୮୧୩ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Comments (0)
Add Comment