ରାଜ୍ୟରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୧,୫୦୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୦୪୨ ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments (0)
Add Comment