ରାଜ୍ୟରେ ୬୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୯ ଜିଲ୍ଲାରୁ ୬୬୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୩୮୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୨୮୩ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ନୂଆପଡ଼ାରୁ ସର୍ବାଧିକ ୬୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରେ ୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୫୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪,୬୨୯୧ରେ ପହଞ୍ଚିଛି। ଆକ୍ଟିଭ କେସ୍‌୭୧୦୬ ଥିବାବେଳେ ସୁସ୍ଥ ହୋଇଛନ୍ତି ୩,୦୫,୮୧୩।

Comments (0)
Add Comment