ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ଜୀବନ ହାରିଲେ

ଭୁବନେଶ୍ବର ୦୬।୧୨: ରାଜ୍ୟରେ ଦିନରେ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୫୨୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୪୩୭୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment