ରାଜ୍ୟରେ ଆଉ ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୮।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୯୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୬୪୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୮୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୨୧୩୧୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment