ରାଜ୍ୟରେ ଆଉ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୧୪।୧୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ଢେଙ୍କାନାଳ, ଗଞ୍ଜାମ ଏବଂ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୦୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୦୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୦୯୬୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment