ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର ୨୩।୧୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୭୨୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୭୦୦୫୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment