ରାଜ୍ୟରେ ଆଉ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୫।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୬୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୫୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୦୪୪୮୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment