ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୭।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାରୁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୦୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୦୮୬୭୩୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment