ରାଜ୍ୟରେ କରୋନାରେ ଆଉ ଜଣେ

ଭୁବନେଶ୍ବର ୨୧।୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ କଟକ ଜିଲ୍ଲାର ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୮୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୩୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୪୭୭୭୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment