ରାଜ୍ୟରେ ଆଉ ୧୦୫ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର ୦୯।୦୨: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୭୯୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୭୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୦୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୯୦୫୩୩୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment