ରାଜ୍ୟରେ ଆଉ ୪୭୧ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର ୦୪।୦୪ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୯୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୧୦, ବାଲେଶ୍ୱରରୁ ୧୫, ବରଗଡରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୩୬, କଟକରୁ ୨୨, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୧, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୫୦, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଧାରୁ ୪୦, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡରୁ ୪, ନୂଆପଡାରୁ ୪୨, ପୁରୀରୁ ୧୪, ରାୟଗଡାରୁ ୮, ସମ୍ବଲପୁରରୁ ୨୭, ସୋନପୁରରୁ ୨, ସୁନ୍ଦରଗଡରୁ ୮୫ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment