ରାଜ୍ୟରେ ଗୋଟିଏ ଦିନରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୪୬୪୭

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୭୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୪୬୪୭କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୪୬୪୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୪୨୫୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୭୯୧ ଜଣଙ୍କ ମଧ୍ୟରୁ ୪୫୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୩୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି ।

ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୪୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

Comments (0)
Add Comment