କରୋନାରେ ରାଜ୍ୟରେ ଆଉ ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର ୨୧।୦୪: ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୨୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୯୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୯୩୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୫୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୭୦୬୯୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment