୨୪ ଘଂଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତର, କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । କାଳବୈଶାଖୀ ସମ୍ଭାବନା ରହିଥିବା ଏହି ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । 

ପାରିପାଗ ବିଭାଗର ସୂଚନା ଅନୁଯାୟୀ ୨୧ ଅପ୍ରେଲ ଅପରାହ୍ନ ୧ଟା ୩୦ରୁ ଆସନ୍ତାକାଲି (ଗୁରୁବାର) ସକାଳ ୮ଟା୩୦ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୪୦-୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଏହି ୨୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିପରି ଭାବେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଂ ଝଡ ଲାଗି ରହିପାରେ । ପାଣିପାଗ ବିଭାଗର ସତର୍କ ସୂଚନା ଅନୁଯାୟୀ ଗୁରୁବାର ସକାଳ ୮ଟା ୩୦ରୁ ଶୁକ୍ରବାର ୮ଟା ୩୦ ମଧ୍ୟରେ ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର. ପୁରୀ , ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, କନ୍ଧମାଳ , ରାୟଗଡା ଓ କୋରାପୁଟ ଏବଂ ଶୁକ୍ରବର ସକାଳ ଠାରୁ ଶନିବାର ସକାଳ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଓ ଗଂଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘୁର୍ଣ୍ଣିଂ ଝଡସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକୁ ୟେଲେ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।