ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୧୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୧୨୧ ହୋଇ ଯାଇଛି ।

ଗତକାଲି କରୋନାରେ ରାଜ୍ୟରେ ୧୬ ଜଣଙ୍କ ଜୀବନ ଯାଇଥିଲା । ଆଜି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ରହିଛନ୍ତି । ସେହିପରି ଦେବଗଡ ଜିଲ୍ଲାରୁ ଜଣେ. ବୌଦ୍ଧରେ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେଉଁଝର ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଦୁଇ ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ରାୟଗଡା ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments (0)
Add Comment