ରାଜ୍ୟରେ ଗତ ୨୪ଘଣ୍ଟାରେ ୧୦୩୨୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୧୮।୦୫ : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬୯ଜଣ, ବରଗଡ଼ ଜିଲ୍ଲାରୁ ୩୨୦ଜଣ, ଭଦ୍ରକ ଜିଲ୍ଲାରୁ ୩୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯୧ଜଣ, ବୌଦ୍ଧ ଜିଲ୍ଲାରୁ ୨୫୦ଜଣ, କଟକ ଜିଲ୍ଲାରୁ ୭୩୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୭ଜଣ, ଗଜପତି ଜିଲ୍ଲାରୁ ୫୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫୯ଜଣ, ଯାଜପୁର ଜିଲ୍ଲାରୁ ୩୩୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫୯୯ଜଣ, କନ୍ଧମାଳ ଜିଲ୍ଲାରୁ ୫୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୬୬ଜଣ, କୋରାପୁଟ ଜିଲ୍ଲାରୁ ୩୩୮ଜଣ, ମାଲକାନଗିରି ଜିଲ୍ଲାରୁ ୭୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩୪ଜଣ, ନୟାଗଡ଼ ଜିଲ୍ଲାରୁ ୨୭୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୪୫ଜଣ, ପୁରୀ ଜିଲ୍ଲାରୁ ୪୭୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୪୦୫ଜଣ, ସୋନପୁର ଜିଲ୍ଲାରୁ ୭୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୧୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୪୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୩୩୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୫୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୬୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୯୯୭୮୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment