କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୮,୯୪୯ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୮,୯୪୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୪୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ କରୋନା ରୋଗୀଙ୍କ ସଂଖ୍ୟା ବଢି ୩,୦୧,୮୩,୮୭୬ ହୋଇ ଯାଇଛି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୩୦,୪୨୨ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୨,୫୩୧ଜଣ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୫୫,୯୧୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୪,୦୦,୨୩,୨୩୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା