ହୀରାକୁଦ ଜଳଭଣ୍ଡାରର ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ଜାରୀ ରହିଛି ଜଳ ନିଷ୍କାସନ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଗୋଟିଏ ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । କେବଳ ଗୋଟିଏ ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଉପର ମୁଣ୍ଡରେ ବର୍ଷାର ପରିମାଣ କମି ଥିବାରୁ ଡ୍ୟାମ କର୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି ।

ଗତ ୧୧ ତାରିଖ ପୂର୍ବାହ୍ନ ୧୧ଟା ସମୟରେ ଡ୍ୟାମ୍ ର ଦୁଇଟି ସ୍ଲୁଇସ୍ ଗେଟ୍ ଖୋଲା ଯାଇଥିଲା ।