କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୨,୦୧୫ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୨,୦୧୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୯୯୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୦୭,୧୭୦ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୮,୪୮୦ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୮,୫୨,୧୪୦ ନମୂନାର ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୪,୯୧,୯୩,୨୭୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛିା