ରାଜ୍ୟରେ ଗୋଟିଏ ଦିନରେ ୧୯୨୭ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୯୯୮୬

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୯୨୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୯୯୮୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୩୫୦୦୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୯୬୮୫ ରହିଛି ।

ଆଜି ଚିହ୍ନଟ ହୋଇଥିବା ୧୯୨୭ ଜଣଙ୍କ ମଧ୍ୟରୁ ୧୧୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୧୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୯୮ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧୧ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୦୭, କଟକରୁ ୨୪୮, ଦେବଗଡ ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୫ ଜଣ, ଗଜପତି ଜିଲ୍ଲାରୁ ୪ , ଗଞ୍ଜାମରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯୧ ଜଣ, ଯାଜପୁରରୁ ୧୨୩ ଜଣ, ଝାରସୁଗୁଡ଼ାରୁ ୦୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୭୩ ଜଣ, କେନ୍ଦୁଝରରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୯୮ ଜଣ, କୋରାପୁଟରୁ ୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୯୦ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୬୪ଜଣ, ନୂଆପଡ଼ାରୁ ୦୫ ଜଣ, ପୁରୀରୁ ୧୦୩ ଜଣ, ରାୟଗଡ଼ାରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୩ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୩୮ ଜଣ ଓ ଷ୍ଟେଟ୍ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।