ମାଲକାନଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି : ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ । ଆଜି ମାଲକାନଗିରି ସଂସ୍କୃତି ଭବନ ଠାରେ ରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।

ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତି ନେଇଛନ୍ତି । ଆଗାମୀ ସେପ୍ଟେମ୍ବର ପହିଲାରୁ ଏହି ଯୋଜନା ଲାଗୁ ହେବ ବୋଲି ସେ କହିଛନ୍ତି । ଏହା ଦ୍ବାରା ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବେ । ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡିଶା ପ୍ରଥମ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଓଡ଼ିଶାରେ ସ୍ବାସ୍ଥ୍ୟ ସେବା ବିକାଶ ଉପରେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ମନ୍ତ୍ରୀ, ନିଗମ ଅଧ୍ୟକ୍ଷ, ନବରଙ୍ଗପୁର ସାଂସଦ ରମେଶ ମାଝୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ମାଲକାନଗିରି ବିଧାୟକ ଆଦିତ୍ୟ ମାଢି, ଜିଲ୍ଲାପାଳ ବିଶାଲ ସିଂ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Comments (0)
Add Comment