ରାଜ୍ୟରେ ଗୋଟିଏ ଦିନରେ ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୭୧୮

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୭୧୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୦୩ ହଜାର ୬୦୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୪୮ ରହିଛି।

ଆଜି ଚିହ୍ନଟ ହୋଇଥିବା ୪୫୭ ଜଣଙ୍କ ମଧ୍ୟରୁ ୨୬୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୫ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗୀରରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଓ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଟିହ୍ନଟ ହୋଇ ନାହାନ୍ତି । କଟକରୁ ୪୪ , ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରୁ ୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁରରୁ ୧୮ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୨୦୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭ ଜଣ, ରାୟଗଡ଼ାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩, ସୋନପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments (0)
Add Comment