ରାଜ୍ୟରେ ଗୋଟିଏ ଦିନରେ ୪୭୭ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୧୪୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୫୬ ରହିଛି ।

ଆଜି ଚିହ୍ନଟ ହୋଇଥିବା ୪୭୭ ଜଣଙ୍କ ମଧ୍ୟରୁ ୨୭୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୦୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

Comments (0)
Add Comment