ରାଜ୍ୟରେ ଗୋଟିଏ ଦିନରେ ୨୬୩ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୬୫୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୮୪ ରହିଛି।

ଆଜି ଚିହ୍ନଟ ହୋଇଥିବା ୨୬୩ ଜଣଙ୍କ ମଧ୍ୟରୁ ୧୫୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୦ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୨୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।

ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଭଦ୍ରକରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୨୧ ସଂକ୍ରମିତ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ୯ ଜଣ ଓ ଗଂଜାମ ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୧୦ ଜଣ ସଂକ୍ରମିତ ହୋଇଥିବା ବେଳେ , ଝାରସୁଗୁଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୧୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ନାହାନ୍ତି । ମୟୂରଭଞ୍ଜରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ନୂଆପଡାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ନାହାନ୍ତି । ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ନାହାନ୍ତି । ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍ ପୁଲରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।