ରାଜ୍ୟରେ କରୋନା ନେଲା ଆଉ ୧୯ ମୁଣ୍ଡ

ଭୁବନେଶ୍ୱର ୩୦।୦୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮୪୩ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫, ଗଞ୍ଜାମରୁ ୩, ଅନୁଗୁଳ, ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ଭଦ୍ରକ କଟକ ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୫୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୦୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୮୪୧୭୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୫୭୦୪୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment