ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୩୨ କରୋନା ପଜିଟିଭ୍

ଭୁବନେଶ୍ୱର ୩୧।୦୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୪୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

Comments (0)
Add Comment