ବ୍ରଜରାଜନଗର ପାଇଁ ବିଜେଡିର ୪୦ ଜଣ ଷ୍ଟାର ପ୍ରଚାରକ,

ତାଲିକାରେ ଅଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଘୋଷଣା ହେଲା ଷ୍ଟାର ପ୍ରଚାରକ ତାଲିକା । ଏଥିନିମନ୍ତେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଥିବା ବେଳେ ଏଥିରେ ସାମିଲ ଅଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ବାଦ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ନିରଞ୍ଜନ ପୂଜାରୀ, ପ୍ରମିଳା ମଲ୍ଲିକ, ସମୀର ଦାଶ, ସ୍ନେହାଙ୍ଗିନି ଛୁରିଆ, ସୁବାସ ସିଂ, ସୁଶାନ୍ତ ସିଂ ପ୍ରମୁଖଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ  ସାମିଲ ହୋଇଛି। ଏଥିନିମନ୍ତେ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ।  ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ  କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି।  ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ୍ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ଏହି ଆସନ। ମେ’ ୩୧ରେ ଭୋଟ ଗ୍ରହଣ କରାଯାଇ ଜୁନ୍ ୩ ତାରିଖରେ ଗଣତି ହେବ। 

Comments (0)
Add Comment