ଆଜି ଉପରାଷ୍ଟ୍ରପତି ନିର୍ବାଚନ: ପ୍ରସ୍ତୁତି ଚୂଡାନ୍ତ

ନୂଆଦିଲ୍ଲୀ, , ୫ା୮: ଆସନ୍ତାକାଲି ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ସଂସଦ ଭବନ ମଧ୍ୟରେ ଭୋଟ୍‌ ଗ୍ରହଣ ହେବ । ଏହି ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଥିବା ଜଣାପଡିଛି । ଉପରାଷ୍ଟ୍ରପତି ପଦ ପାଇଁ ଏନ୍‌ଡିଏରୁ ଜଗଦୀପ ଧନକର ପ୍ରାର୍ଥୀ ହୋଇଥିବା ବେଳେ ମାର୍ଗାରେଟ୍ ଆଲ୍‌ଭା ବିରୋଧୀ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି । ସଂସଦର ଉଭୟ ସଭାର ସାଂସଦମାନେ ଉପରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିଥାନ୍ତି । ସଂସଦର ମୋଟ୍‌ ସଦସ୍ୟ ସଂଖ୍ୟା ୭୮୮ । ସେମାନଙ୍କ ମଧ୍ୟରେ ୫୪୩ ଜଣ ଲୋକସଭା ସଦସ୍ୟ ଥିବାବେଳେ ୨୩୩ ଜଣ ରାଜ୍ୟସଭା ସଦସ୍ୟ ଅଛନ୍ତି । ଏହା ବ୍ୟତୀତ ୧୨ ଜଣ ମନୋନୀତ ସଦସ୍ୟ ମଧ୍ୟ ଅଛନ୍ତି । ଆସନ୍ତାକାଲି ଭୋଟ୍ ଗ୍ରହଣ ଶେଷ ହେବା ପରେ ସଂସଦ ଭବନରେ ଭୋଟ୍ ଗଣତି ହେବ । ଉପରାଷ୍ଟ୍ରପତି ଏମ୍‌. ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ୧୦ ତାରିଖରେ ଶେଷ ହେବ ।

Comments (0)
Add Comment